33ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ହେବେ ନାହିଁ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ।
34ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।
35ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।
36ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।
37ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।