ଯିରିମୀୟ 25

ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।

Jeremiah 25:36 (UKJV) A voice of the cry of the shepherds, and an howling of the principal of the flock, shall be heard: for the LORD has spoiled their pasture.

34ହେ ମେଷପାଳକଗଣ, ତୁମ୍ଭେମାନେ ହାହାକାର ଓ କ୍ରନ୍ଦନ କର; ହେ ମେଷଗଣର ଅଗ୍ରଗଣ୍ୟମାନେ, ତୁମ୍ଭେମାନେ ଭସ୍ମରେ ଗଡ଼; କାରଣ ତୁମ୍ଭମାନଙ୍କର ହତ୍ୟା ସମୟ ସମ୍ପୂର୍ଣ୍ଣ ରୂପେ ଉପସ୍ଥିତ ହେଲା, ଆଉ ଆମ୍ଭେ ତୁମ୍ଭମାନଙ୍କୁ ଖଣ୍ଡ ଖଣ୍ଡ କରି ଭାଙ୍ଗିବା ଓ ତୁମ୍ଭେମାନେ ମନୋହର ପାତ୍ର ତୁଲ୍ୟ ପଡ଼ିଯିବ।

35ପୁଣି, ମେଷପାଳକମାନେ ପଳାଇବାର ବାଟ ପାଇବେ ନାହିଁ ଓ ପଲର ଅଗ୍ରଗଣ୍ୟମାନେ ରକ୍ଷା ପାଇବେ ନାହିଁ।

36ମେଷପାଳକମାନଙ୍କର କ୍ରନ୍ଦନର ଶବ୍ଦ ଓ ମେଷର ଅଗ୍ରଗଣ୍ୟମାନଙ୍କର ହାହାକାର ଶବ୍ଦ ଶୁଣାଯାଏ। କାରଣ ସଦାପ୍ରଭୁ ସେମାନଙ୍କର ଚରାସ୍ଥାନ ଉଜାଡ଼ କରୁଅଛନ୍ତି।

37ଆଉ, ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଶାନ୍ତିଯୁକ୍ତ ଖୁଆଡ଼ସବୁ ନିଃଶବ୍ଦ ହେଉଅଛି।

38ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.