8ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।
9‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।
10ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।
11ତହିଁରେ ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”
12ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।