ଯିରିମୀୟ 26

ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”

Jeremiah 26:11 (UKJV) Then spoke the priests and the prophets unto the princes and to all the people, saying, This man is worthy to die; for he has prophesied against this city, as all of you have heard with your ears.

9‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।

10ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।

11ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”

12ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।

13ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.