ଯିରିମୀୟ 26

ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।

Jeremiah 26:12 (UKJV) Then spoke Jeremiah unto all the princes and to all the people, saying, The LORD sent me to prophesy against this house and against this city all the words that all of you have heard.

10ଏଥିଉତ୍ତାରେ ଯିହୁଦାର ଅଧିପତିମାନେ ଏହିସବୁ ବିଷୟ ଶୁଣି ରାଜଗୃହରୁ ସଦାପ୍ରଭୁଙ୍କ ଗୃହକୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ନୂତନ ଦ୍ୱାରର ପ୍ରବେଶ ସ୍ଥାନରେ ବସିଲେ।

11ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”

12ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।

13ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।

14ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.