ଯିରିମୀୟ 26

ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।

Jeremiah 26:14 (UKJV) As for me, behold, I am in your hand: do with me as seems good and meet unto you.

12ତହୁଁ ଯିରିମୀୟ ସକଳ ଅଧିପତି ଓ ସକଳ ଲୋକଙ୍କୁ ଏହି କଥା କହିଲେ, “ତୁମ୍ଭେମାନେ ଯେସବୁ କଥା ଶୁଣିଅଛ, ସେହି ସମସ୍ତ ଭବିଷ୍ୟଦ୍‍ବାକ୍ୟ ଏହି ଗୃହ ଓ ଏହି ନଗର ବିରୁଦ୍ଧରେ ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ପ୍ରେରଣ କଲେ।

13ଏହେତୁ ଏବେ ତୁମ୍ଭେମାନେ ଆପଣା ଆପଣା ଆଚରଣ ଓ କ୍ରିୟା ଶୁଧୁରାଅ, ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟ ମାନ; ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଅଛନ୍ତି, ତାହା କରିବାରୁ କ୍ଷାନ୍ତ ହେବେ।

14ମାତ୍ର ଦେଖ, ମୁଁ ତୁମ୍ଭମାନଙ୍କ ହସ୍ତରେ ଅଛି: ଯାହା ତୁମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ତାହା ମୋʼ ପ୍ରତି କର।

15କେବଳ ଏହା ନିଶ୍ଚିତ ରୂପେ ଜାଣ ଯେ, ତୁମ୍ଭେମାନେ ମୋତେ ବଧ କଲେ ଆପଣାମାନଙ୍କ ଉପରେ, ଏହି ନଗର ଉପରେ ଓ ତନ୍ନିବାସୀମାନଙ୍କ ଉପରେ ନିର୍ଦ୍ଦୋଷର ରକ୍ତପାତର ଅପରାଧ ବର୍ତ୍ତାଇବ; କାରଣ ଏହି ସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ କହିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ସତ୍ୟ।”

16ତହିଁରେ ଅଧିପତିମାନେ ଓ ଲୋକ ସମସ୍ତେ ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାଗଣଙ୍କୁ କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ସେ ଆମ୍ଭମାନଙ୍କୁ କଥା କହିଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.