ଯିରିମୀୟ 26

ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍‍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ।

Jeremiah 26:20 (UKJV) And there was also a man that prophesied in the name of the LORD, Urijah the son of Shemaiah of Kirjathjearim, who prophesied against this city and against this land according to all the words of Jeremiah.

18“ଯିହୁଦାର ରାଜା ହିଜକୀୟର ସମୟରେ ମୋରେଷ୍ଟୀୟ ମୀଖା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲା; ଆଉ, ସେ ଯିହୁଦାର ସମସ୍ତ ଲୋକଙ୍କୁ ଏହି କଥା କହିଲା, ‘ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ସିୟୋନ କ୍ଷେତ୍ର ତୁଲ୍ୟ ଚଷା ଯିବ ଓ ଯିରୂଶାଲମ ଢିପି ହେବ, ପୁଣି ଯେଉଁ ପର୍ବତରେ ମନ୍ଦିର ଅଛି, ତାହା ବନସ୍ଥ ଉଚ୍ଚସ୍ଥଳୀର ସମାନ ହେବ।’

19ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କʼଣ ତାହାଙ୍କୁ କୌଣସିମତେ ବଧ କରିଥିଲେ? ହିଜକୀୟ କʼଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କʼଣ କ୍ଷାନ୍ତ ନୋହିଲେ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।”

20ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍‍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଥିଲେ।

21ତହିଁରେ ଯିହୋୟାକୀମ୍‍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।

22ତହିଁରେ ଯିହୋୟାକୀମ୍‍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍‍, ଅକ୍‍ବୋରର ପୁତ୍ର ଇଲ୍‍ନାଥନ୍‍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.