20ଆହୁରି, ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାରକାରୀ ଅନ୍ୟ ଏକ ବ୍ୟକ୍ତି ଥିଲା, ସେ କିରୀୟଥ୍-ଯିୟାରୀମସ୍ଥ ଶମୟୀୟର ପୁତ୍ର ଊରୀୟ; ସେ ଯିରିମୀୟର ସମସ୍ତ ବାକ୍ୟ ପରି ଏହି ନଗର ଓ ଏହି ଦେଶ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଥିଲେ।
21ତହିଁରେ ଯିହୋୟାକୀମ୍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।
22ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକ୍ବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
23ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।
24ମାତ୍ର ଶାଫନ୍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।