ଯିରିମୀୟ 26

ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍‍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।

Jeremiah 26:23 (UKJV) And they fetched forth Urijah out of Egypt, and brought him unto Jehoiakim the king; who slew him with the sword, and cast his dead body into the graves of the common people.

21ତହିଁରେ ଯିହୋୟାକୀମ୍‍ ରାଜା, ଆପଣା ବୀରମାନଙ୍କ ଓ ସମସ୍ତ ଅଧିପତିମାନଙ୍କ ସହିତ ସେହି କଥା ଶୁଣନ୍ତେ, ରାଜା ତାହାକୁ ବଧ କରିବାକୁ ଚେଷ୍ଟା କଲା; ମାତ୍ର ଊରୀୟ ଏହା ଶୁଣି ଭୀତ ହୋଇ ମିସରକୁ ପଳାଇଗଲା।

22ତହିଁରେ ଯିହୋୟାକୀମ୍‍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍‍, ଅକ୍‍ବୋରର ପୁତ୍ର ଇଲ୍‍ନାଥନ୍‍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;

23ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍‍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।

24ମାତ୍ର ଶାଫନ୍‍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.