22ତହିଁରେ ଯିହୋୟାକୀମ୍ ରାଜା ମିସରକୁ ଲୋକ ପଠାଇଲା, ଅର୍ଥାତ୍, ଅକ୍ବୋରର ପୁତ୍ର ଇଲ୍ନାଥନ୍କୁ ଓ ତାହା ସଙ୍ଗେ ଅନ୍ୟ କେତେକ ଲୋକଙ୍କୁ ମିସରକୁ ପଠାଇଲା;
23ତହୁଁ ସେମାନେ ଊରୀୟକୁ ମିସରରୁ ଆଣି ଯିହୋୟାକୀମ୍ ରାଜା ନିକଟରେ ଉପସ୍ଥିତ କରାଇଲେ; ରାଜା ତାହାକୁ ଖଡ୍ଗରେ ବଧ କରି, ସାମାନ୍ୟ ଲୋକମାନଙ୍କର କବର ସ୍ଥାନରେ ତାହାର ଶବ ପକାଇଦେଲା।
24ମାତ୍ର ଶାଫନ୍ର ପୁତ୍ର ଅହୀକାମ ଯିରିମୀୟଙ୍କ ସପକ୍ଷ ଥିବାରୁ ହତ ହେବା ନିମନ୍ତେ ଯିରିମୀୟ ଲୋକମାନଙ୍କ ହସ୍ତରେ ସମର୍ପିତ ହେଲେ ନାହିଁ।