ଯିରିମୀୟ 26

ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।

Jeremiah 26:3 (UKJV) If so be they will hearken, and turn every man from his evil way, that I may repent me of the evil, which I purpose to do unto them because of the evil of their doings.

1ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ରାଜତ୍ଵର ଆରମ୍ଭରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା,

2“ଯଥା, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୁଅ ଓ ସଦାପ୍ରଭୁଙ୍କ ଗୃହରେ ପ୍ରମାଣ କରିବା ପାଇଁ ଯିହୁଦାର ନଗରସମୂହରୁ ଆଗତ ଲୋକମାନଙ୍କୁ ଯେଉଁ ସକଳ କଥା କହିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହାସବୁ ସେମାନଙ୍କୁ କୁହ; ଗୋଟିଏ କଥା ଛାଡ଼ ନାହିଁ।

3ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।

4ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,

5ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.