3ହୋଇପାରେ, ସେମାନେ ମନୋଯୋଗ କରି ପ୍ରତ୍ୟେକେ ଆପଣା ଆପଣା କୁପଥରୁ ଫେରିବେ; ତାହାହେଲେ ସେମାନଙ୍କ ଆଚରଣର ଦୁଷ୍ଟତା ହେତୁ ଆମ୍ଭେ ସେମାନଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟାଇବାକୁ ମନସ୍ଥ କରିଅଛୁ, ତହିଁରୁ ନିବୃତ୍ତ ହେବା।
4ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,
5ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;
6ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”
7ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।