ଯିରିମୀୟ 26

ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”

Jeremiah 26:6 (UKJV) Then will I make this house like Shiloh, and will make this city a curse to all the nations of the earth.

4ପୁଣି, ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯଦି ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭର ସ୍ଥାପିତ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ,

5ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;

6ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”

7ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।

8ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍‍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.