5ଆମ୍ଭର ଯେଉଁ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ଆମ୍ଭେ ଅତି ପ୍ରଭାତରେ ଉଠି ତୁମ୍ଭମାନଙ୍କ ନିକଟକୁ ପଠାଇ ଆସିଅଛୁ, ମାତ୍ର ତୁମ୍ଭେମାନେ ମନୋଯୋଗ କରି ନାହଁ, ସେମାନଙ୍କ ବାକ୍ୟରେ ଯଦି ତୁମ୍ଭେମାନେ ମନୋଯୋଗ ନ କରିବ;
6ତେବେ ଆମ୍ଭେ ଏହି ଗୃହକୁ ଶୀଲୋର ସମାନ କରିବା ଓ ଏହି ନଗରକୁ ପୃଥିବୀସ୍ଥ ସକଳ ଗୋଷ୍ଠୀର ଅଭିଶାପାସ୍ପଦ କରିବା।’”
7ପୁଣି, ଯିରିମୀୟ ସଦାପ୍ରଭୁଙ୍କ ଗୃହରେ ଏହିସବୁ କଥା କହିବାର ଯାଜକମାନେ ଓ ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ଶୁଣିଲେ।
8ଆଉ, ଯିରିମୀୟ ସମସ୍ତ ଲୋକଙ୍କ ନିକଟରେ ସଦାପ୍ରଭୁଙ୍କର ଆଜ୍ଞାପିତ ସକଳ କଥା କହିବାର ସମାପ୍ତ କଲା ଉତ୍ତାରେ, ଯାଜକ, ଭବିଷ୍ୟଦ୍ବକ୍ତାମାନେ ଓ ଲୋକ ସମସ୍ତେ ତାଙ୍କୁ ଧରି କହିଲେ, “ତୁମ୍ଭେ ନିଶ୍ଚୟ ମରିବ।
9‘ଏହି ଗୃହ ଶୀଲୋ ସମାନ ଓ ଏହି ନଗର ଉଚ୍ଛିନ୍ନ ଓ ନିବାସୀବିହୀନ ହେବ ବୋଲି ତୁମ୍ଭେ କାହିଁକି ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲ?’” ଆଉ, ସଦାପ୍ରଭୁଙ୍କ ଗୃହରେ ସମସ୍ତ ଲୋକ ଯିରିମୀୟଙ୍କ ନିକଟରେ ଏକତ୍ରିତ ହେଲେ।