1ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
2ଯଥା, ସଦାପ୍ରଭୁ ମୋତେ ଏହି କଥା କହନ୍ତି, “ତୁମ୍ଭେ କେତେକ ବନ୍ଧନୀ ଓ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ;
3ପୁଣି, ଯେଉଁ ଦୂତଗଣ ଯିହୁଦାର ରାଜା ସିଦିକୀୟ ନିକଟକୁ ଯିରୂଶାଲମକୁ ଆସିଅଛନ୍ତି, ସେମାନଙ୍କ ହସ୍ତ ଦ୍ୱାରା ସେସବୁ ଇଦୋମର ରାଜା ଓ ମୋୟାବର ରାଜା, ଅମ୍ମୋନ-ସନ୍ତାନଗଣର ରାଜା, ସୋରର ରାଜା ଓ ସୀଦୋନର ରାଜା ନିକଟକୁ ତାହା ପଠାଅ;