ଯିରିମୀୟ 27

ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”

Jeremiah 27:11 (UKJV) But the nations that bring their neck under the yoke of the king of Babylon, and serve him, those will I let remain still in their own land, says the LORD; and they shall till it, and dwell therein.

9ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;

10କାରଣ ତୁମ୍ଭମାନଙ୍କୁ ସ୍ୱଦେଶରୁ ଦୂରୀକୃତ କରିବା ପାଇଁ ଓ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ିଦେଲେ ତୁମ୍ଭେମାନେ ଯେପରି ନଷ୍ଟ ହେବ, ଏଥିପାଇଁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

11ମାତ୍ର ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଯୁଆଳି ତଳେ ଆପଣାମାନଙ୍କର ବେକ ଦେବେ ଓ ତାହାର ଦାସ୍ୟକର୍ମ କରିବେ, ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ସ୍ୱଦେଶରେ ରହିବାକୁ ଦେବା, ସେମାନେ ସେଠାରେ କୃଷିକର୍ମ କରି ବାସ କରିବେ।’”

12ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।

13ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍‍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.