ଯିରିମୀୟ 27

ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

Jeremiah 27:14 (UKJV) Therefore hearken not unto the words of the prophets that speak unto you, saying, All of you shall not serve the king of Babylon: for they prophesy a lie unto you.

12ଏଥିଉତ୍ତାରେ ମୁଁ ସେହି ସମସ୍ତ ବାକ୍ୟାନୁସାରେ ଯିହୁଦାର ରାଜା ସିଦିକୀୟକୁ ଏହି କଥା କହିଲି, “ତୁମ୍ଭେମାନେ ଆପଣା ଆପଣା ବେକ ବାବିଲ ରାଜାର ଯୁଆଳି ତଳେ ଦେଇ ତାହାର ଓ ତାହାର ଲୋକମାନଙ୍କର ଦାସ୍ୟକର୍ମ କର, ତହିଁରେ ବଞ୍ଚିବ।

13ଯେଉଁ ଦେଶୀୟ ଲୋକେ ବାବିଲ ରାଜାର ଦାସ୍ୟକର୍ମ କରିବେ ନାହିଁ, ସେମାନଙ୍କ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ତୁମ୍ଭେମାନେ, ଅର୍ଥାତ୍‍, ତୁମ୍ଭେ ଓ ତୁମ୍ଭର ଲୋକମାନେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା କାହିଁକି ମରିବ?

14ପୁଣି, ‘ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ’ ବୋଲି ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ ବାକ୍ୟରେ ମନୋଯୋଗ କର ନାହିଁ; ଯେହେତୁ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

15କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ମାତ୍ର ଆମ୍ଭେ ଯେପରି ତୁମ୍ଭମାନଙ୍କୁ ତଡ଼ି ଦେବୁ ଓ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାରକାରୀ ଭବିଷ୍ୟଦ୍‍ବକ୍ତାମାନେ ଯେପରି ବିନଷ୍ଟ ହେବେ, ଏଥିପାଇଁ ସେମାନେ ମିଥ୍ୟାରେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।”

16ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.