16ଆହୁରି, ମୁଁ ଯାଜକମାନଙ୍କୁ ଓ ଏହି ସମସ୍ତ ଲୋକଙ୍କୁ କହିଲି, “ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହନ୍ତି, ‘ଦେଖ, ସଦାପ୍ରଭୁଙ୍କ ଗୃହର ପାତ୍ରସକଳ ଅଳ୍ପ କାଳ ମଧ୍ୟରେ ବାବିଲରୁ ଅଣାଯିବ,’ ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; କାରଣ ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି।
17ତୁମ୍ଭେମାନେ ସେମାନଙ୍କ କଥାରେ ମନୋଯୋଗ କର ନାହିଁ; ବାବିଲ ରାଜାର ଦାସ୍ୟକର୍ମ କର; ତହିଁରେ ବଞ୍ଚିବ; ଏହି ନଗର କାହିଁକି ଉତ୍ସନ୍ନ ସ୍ଥାନ ହେବ?
18ମାତ୍ର ଯଦି ସେମାନେ ଭବିଷ୍ୟଦ୍ବକ୍ତା ଅଟନ୍ତି ଓ ସଦାପ୍ରଭୁଙ୍କର ବାକ୍ୟ ଯଦି ସେମାନଙ୍କଠାରେ ଥାଏ, ତେବେ ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଯେସକଳ ପାତ୍ର ଅବଶିଷ୍ଟ ଅଛି, ତାହା ଯେପରି ବାବିଲକୁ ନ ଯାଏ, ଏଥିପାଇଁ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ବିନତି କରନ୍ତୁ।
19କାରଣ ବାବିଲର ରାଜା ନବୂଖଦ୍ନିତ୍ସର ଯିହୋୟାକୀମ୍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇଯିବା ସମୟରେ,
20ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;