ଯିରିମୀୟ 27

ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;

Jeremiah 27:21 (UKJV) Yea, thus says the LORD of hosts, the God of Israel, concerning the vessels that remain in the house of the LORD, and in the house of the king of Judah and of Jerusalem;

19କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଆଉ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରଧାନବର୍ଗଙ୍କୁ ବନ୍ଦୀ କରି ଯିରୂଶାଲମରୁ ବାବିଲକୁ ନେଇଯିବା ସମୟରେ,

20ଯେଉଁ ସ୍ତମ୍ଭଦ୍ୱୟ ଓ ସମୁଦ୍ରପାତ୍ର, ବୈଠିକି ଓ ଯେସମସ୍ତ ପାତ୍ର ସଙ୍ଗରେ ନେଇ ନ ଥିଲା, ଯାହା ଏହି ନଗରରେ ଅବଶିଷ୍ଟ ଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;

21ହଁ, ସଦାପ୍ରଭୁଙ୍କ ଗୃହରେ, ଯିହୁଦାର ରାଜଗୃହରେ ଓ ଯିରୂଶାଲମରେ ଅବଶିଷ୍ଟ ଥିବା ସେହି ସକଳ ପାତ୍ର ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;

22ସେସବୁ ବାବିଲକୁ ନିଆଯିବ ଓ ଆମ୍ଭେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ ନ କରିବା ଦିନ ପର୍ଯ୍ୟନ୍ତ ସେସବୁ ସେସ୍ଥାନରେ ଥିବ, ଏହା ସଦାପ୍ରଭୁ କହନ୍ତି, ତଦନନ୍ତର ଆମ୍ଭେ ସେସବୁ ଏହି ସ୍ଥାନକୁ ଫେରାଇ ଆଣିବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.