ଯିରିମୀୟ 27

ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।

Jeremiah 27:7 (UKJV) And all nations shall serve him, and his son, and his son's son, until the very time of his land come: and then many nations and great kings shall make use of him.

5ଆମ୍ଭେ ଆପଣାର ମହାପରାକ୍ରମ ଓ ବିସ୍ତୀର୍ଣ୍ଣ ବାହୁ ଦ୍ୱାରା ପୃଥିବୀ ଓ ପୃଥିବୀନିବାସୀ ମନୁଷ୍ୟ ଓ ପଶୁ ସୃଷ୍ଟି କରିଅଛୁ; ଆଉ, ଯାହାକୁ ତାହା ଦେବା ପାଇଁ ଆମ୍ଭଙ୍କୁ ଉଚିତ ଦେଖାଯାଏ, ତାହାକୁ ଆମ୍ଭେ ତାହା ଦେଉ।

6ପୁଣି, ସମ୍ପ୍ରତି ଆମ୍ଭେ ଏହିସବୁ ଦେଶ ଆପଣା ଦାସ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଦେଇଅଛୁ ଓ ତାହାର ସେବା କରିବା ନିମନ୍ତେ କ୍ଷେତ୍ରସ୍ଥ ପଶୁମାନଙ୍କୁ ହିଁ ତାହାକୁ ଦେଇଅଛୁ।

7ଆଉ, ତାହାର ନିଜ ଦେଶର ସମୟ ଉପସ୍ଥିତ ହେବା ପର୍ଯ୍ୟନ୍ତ ସମୁଦାୟ ଗୋଷ୍ଠୀ ତାହାର ଓ ତାହାର ପୁତ୍ରର ଓ ପୌତ୍ରର ଦାସ୍ୟକର୍ମ କରିବେ; ତହିଁ ଉତ୍ତାରେ ଅନେକ ଗୋଷ୍ଠୀ ଓ ମହାନ ମହାନ ରାଜାମାନେ ତାହାକୁ ଆପଣାମାନଙ୍କର ଦାସ୍ୟକର୍ମ କରାଇବେ।

8ପୁଣି, ଯେଉଁ ଦେଶ ଓ ରାଜ୍ୟ ସେହି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ ନାହିଁ ଓ ବାବିଲର ରାଜାର ଯୁଆଳି ତଳେ ଆପଣା ଆପଣା ବେକ ରଖିବେ ନାହିଁ, ସଦାପ୍ରଭୁ କହନ୍ତି, ଆମ୍ଭେ ସେ ଦେଶକୁ ତାହାର ହସ୍ତ ଦ୍ୱାରା ସଂହାରିତ ନ କରିବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ଦଣ୍ଡ ଦେବା।

9ମାତ୍ର ତୁମ୍ଭମାନଙ୍କର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ, ମନ୍ତ୍ରଜ୍ଞମାନେ, ସ୍ୱପ୍ନଦର୍ଶକମାନେ, ଗଣକମାନେ ଓ ମାୟାବୀମାନେ, ତୁମ୍ଭେମାନେ ବାବିଲ ରାଜାର ଦାସ୍ୟକର୍ମ କରିବ ନାହିଁ ବୋଲି ତୁମ୍ଭମାନଙ୍କୁ କହନ୍ତି, ସେମାନଙ୍କ କଥାରେ ତୁମ୍ଭେମାନେ ମନୋଯୋଗ କର ନାହିଁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.