9ଯେଉଁ ଭବିଷ୍ୟଦ୍ବକ୍ତା ଶାନ୍ତିର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇଅଛନ୍ତି ବୋଲି ଜଣା ପଡ଼େ।”
10ତହିଁରେ ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ିନେଇ ତାହା ଭାଙ୍ଗି ପକାଇଲା।
11ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍ବକ୍ତା ଆପଣା ବାଟରେ ଚାଲିଗଲେ।
12ହନାନୀୟ ଭବିଷ୍ୟଦ୍ବକ୍ତା ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
13“ତୁମ୍ଭେ ଯାଇ ହନାନୀୟକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।