ଯିରିମୀୟ 28

ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

Jeremiah 28:12 (UKJV) Then the word of the LORD came unto Jeremiah the prophet, after that Hananiah the prophet had broken the yoke from off the neck of the prophet Jeremiah, saying,

10ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ିନେଇ ତାହା ଭାଙ୍ଗି ପକାଇଲା।

11ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏହିରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।” ଏଥିରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଆପଣା ବାଟରେ ଚାଲିଗଲେ।

12ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,

13“ତୁମ୍ଭେ ଯାଇ ହନାନୀୟକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।

14କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.