ଯିରିମୀୟ 28

ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”

Jeremiah 28:16 (UKJV) Therefore thus says the LORD; Behold, I will cast you from off the face of the earth: this year you shall die, because you have taught rebellion against the LORD.

14କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’”

15ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।

16ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରିଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’”

17ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.