ଯିରିମୀୟ 28

“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।

Jeremiah 28:2 (UKJV) Thus speaks the LORD of hosts, the God of Israel, saying, I have broken the yoke of the king of Babylon.

1ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ଵର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସୂରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା,

2“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗିଅଛୁ।

3ବାବିଲର ରାଜା ନବୂଖଦ୍‍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।

4ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା, ଏହା ସଦାପ୍ରଭୁ କହନ୍ତି; କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.