ଯିରିମୀୟ 28

ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।

Jeremiah 28:7 (UKJV) Nevertheless hear you now this word that I speak in yours ears, and in the ears of all the people;

5ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ,

6ଅର୍ଥାତ୍‍, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଏହା କହିଲେ, “ଆମେନ୍‍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।

7ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।

8ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।

9ଯେଉଁ ଭବିଷ୍ୟଦ୍‍ବକ୍ତା ଶାନ୍ତିର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍‍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇଅଛନ୍ତି ବୋଲି ଜଣା ପଡ଼େ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.