ଯିରିମୀୟ 29

ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।

Jeremiah 29:14 (UKJV) And I will be found of you, says the LORD: and I will turn away your captivity, and I will gather you from all the nations, and from all the places where I have driven you, says the LORD; and I will bring you again into the place whence I caused you to be carried away captive.

12ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।

13ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।

14ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।

15ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍‍ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ।

16ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍‍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.