13ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।
14ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭର ଉଦ୍ଦେଶ୍ୟ ପାଇବାକୁ ଦେବା, ପୁଣି, ଆମ୍ଭେ ତୁମ୍ଭମାନଙ୍କର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା ଓ ଯେଉଁ ସକଳ ଜାତିମାନଙ୍କ ମଧ୍ୟକୁ, ଯେସକଳ ସ୍ଥାନକୁ ଆମ୍ଭେ ତୁମ୍ଭମାନଙ୍କୁ ତଡ଼ି ଦେଇଅଛୁ, ସେହି ସବୁ ସ୍ଥାନରୁ ଆମ୍ଭେ ତୁମ୍ଭମାନଙ୍କୁ ସଂଗ୍ରହ କରିବା, ଏହା ସଦାପ୍ରଭୁ କହନ୍ତି; ଆଉ, ଆମ୍ଭେ ଯେଉଁ ସ୍ଥାନରୁ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସ୍ଥାନକୁ ପୁନର୍ବାର ଆଣିବା।
15ସଦାପ୍ରଭୁ ବାବିଲରେ ଆମ୍ଭମାନଙ୍କ ନିମନ୍ତେ ଭବିଷ୍ୟଦ୍ବକ୍ତାଗଣ ଉତ୍ପନ୍ନ କରିଅଛନ୍ତି ବୋଲି ତୁମ୍ଭେମାନେ କହିଅଛ।
16ଏହେତୁ ଦାଉଦର ସିଂହାସନରେ ଉପବିଷ୍ଟ ରାଜା ବିଷୟରେ ଓ ଏହି ନଗରରେ ବାସକାରୀ ସମସ୍ତ ଲୋକଙ୍କର, ଅର୍ଥାତ୍, ତୁମ୍ଭର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କ ସଙ୍ଗେ ବନ୍ଦୀ ହୋଇଯାଇ ନାହାନ୍ତି, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
17ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।