ଯିରିମୀୟ 29

କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ।

Jeremiah 29:19 (UKJV) Because they have not hearkened to my words, says the LORD, which I sent unto them by my servants the prophets, rising up early and sending them; but all of you would not hear, says the LORD.

17ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।

18ପୁଣି, ଆମ୍ଭେ ଯେ ଯେ ଗୋଷ୍ଠୀ ମଧ୍ୟକୁ ସେମାନଙ୍କୁ ତଡ଼ି ଦେଇଅଛୁ, ସେସମସ୍ତଙ୍କ ମଧ୍ୟରେ ସେମାନଙ୍କୁ ଅଭିଶାପର, ବିସ୍ମୟର, ଶୀସ୍‍ ଶବ୍ଦର ଓ ନିନ୍ଦାର ପାତ୍ର ହେବା ନିମନ୍ତେ ଆମ୍ଭେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ନେଇ ସେମାନଙ୍କ ପଛେ ପଛେ ଗୋଡ଼ାଇବା ଓ ପୃଥିବୀର ସମସ୍ତ ରାଜ୍ୟରେ ସେମାନଙ୍କୁ ଏଣେତେଣେ ନିକ୍ଷେପ କରିବା;

19କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପ୍ରଭାତରେ ଉଠି ଆମ୍ଭର ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ସେମାନଙ୍କ ନିକଟକୁ ପଠାଇ ଯାହା କହିଲୁ, ସେମାନେ ଆମ୍ଭର ସେହି ବାକ୍ୟରେ ମନୋଯୋଗ କରି ନାହାନ୍ତି; ମାତ୍ର ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ବାକ୍ୟ ଶୁଣିବାକୁ ସମ୍ମତ ହେଲ ନାହିଁ।

20ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।

21‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.