1ଯିହୋୟାଖୀନ୍ ରାଜା ଓ ରାଜମାତା ଓ ନପୁଂସକଗଣ, ଆଉ ଯିହୁଦାର ଓ ଯିରୂଶାଲମର ଅଧିପତିମାନେ, ଶିଳ୍ପକରମାନେ ଓ କର୍ମକାରମାନେ ଯିରୂଶାଲମରୁ ପ୍ରସ୍ଥାନ କଲା ଉତ୍ତାରେ,
2ଯିରିମୀୟ ଭବିଷ୍ୟଦ୍ବକ୍ତା ନିର୍ବାସିତ ଲୋକମାନଙ୍କର ଅବଶିଷ୍ଟ ପ୍ରାଚୀନବର୍ଗଙ୍କର ଓ ନବୂଖଦ୍ନିତ୍ସର ଦ୍ୱାରା ନିର୍ବାସାର୍ଥେ ଯିରୂଶାଲମଠାରୁ ବାବିଲକୁ ନୀତ ଯାଜକମାନଙ୍କର, ଭବିଷ୍ୟଦ୍ବକ୍ତାଗଣଙ୍କ ଓ ସମସ୍ତ ଲୋକମାନଙ୍କର ନିକଟକୁ ଯେଉଁ ପତ୍ର ଲେଖି,
3ଯିହୁଦାର ରାଜା ସିଦିକୀୟ ଦ୍ୱାରା ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନ୍ର ପୁତ୍ର ଇଲୀୟାସା ହିଲ୍କୀୟର ପୁତ୍ର ଗମରୀୟର ହସ୍ତ ଦ୍ୱାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା,
4“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;