20ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
21‘କୋଲାୟର ପୁତ୍ର ଆହବ ଓ ମାସେୟର ପୁତ୍ର ସିଦିକୀୟ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିଷୟରେ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍ନିତ୍ସରର ହସ୍ତରେ ସେମାନଙ୍କୁ ସମର୍ପଣ କରିବା, ତହିଁରେ ସେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବଧ କରିବ;
22ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।
23କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’”
24ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,