ଯିରିମୀୟ 29

ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,

Jeremiah 29:24 (UKJV) Thus shall you also speak to Shemaiah the Nehelamite, saying,

22ପୁଣି, ବାବିଲରେ ଯିହୁଦାର ନିର୍ବାସିତ ଯେତେ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରେ ସେହି ଦୁଇ ବ୍ୟକ୍ତିର ଉପଲକ୍ଷ୍ୟରେ ଏହି ଅଭିଶାପର କଥା ପ୍ରଚଳିତ ହେବ, ଯଥା, ବାବିଲର ରାଜା ସିଦିକୀୟ ଓ ଆହାବଙ୍କୁ ଯେପରି ଅଗ୍ନିରେ ଦଗ୍ଧ କରିଥିଲେ, ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କୁ କରନ୍ତୁ।

23କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି, ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।’”

24ଆହୁରି, ତୁମ୍ଭେ ନିହିଲାମୀୟ ଶମୟୀୟର ବିଷୟରେ ଏହି କଥା କହିବ,

25“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଯିରୂଶାଲମସ୍ଥିତ ସମସ୍ତ ଲୋକଙ୍କ ନିକଟକୁ ଓ ମାସେୟର ପୁତ୍ର ସଫନୀୟ ଯାଜକ ଓ ଅନ୍ୟାନ୍ୟ ସମସ୍ତ ଯାଜକମାନଙ୍କ ନିକଟକୁ ଆପଣା ନାମରେ ଏହି ପତ୍ର ପଠାଇଅଛ, ଯଥା,

26‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.