ଯିରିମୀୟ 29

ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’”

Jeremiah 29:28 (UKJV) For therefore he sent unto us in Babylon, saying, This captivity is long: build all of you houses, and dwell in them; and plant gardens, and eat the fruit of them.

26‘କେହି ବାତୁଳ ହୋଇ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଇଲେ, ତାହାକୁ ହରିକାଠରେ ଓ ବେଡ଼ିରେ ରଖିବା ପାଇଁ ସଦାପ୍ରଭୁଙ୍କ ଗୃହରେ ତୁମ୍ଭେମାନେ ଯେପରି ରକ୍ଷକ ସ୍ୱରୂପ ହେବ, ଏଥିପାଇଁ ଯିହୋୟାଦା ଯାଜକର ବଦଳରେ ସଦାପ୍ରଭୁ ତୁମ୍ଭକୁ ଯାଜକ କରିଅଛନ୍ତି।

27ଏହେତୁ ଅନାଥୋତୀୟ ଯେଉଁ ଯିରିମୀୟ ତୁମ୍ଭମାନଙ୍କ ନିକଟରେ ଆପଣାକୁ ଭବିଷ୍ୟଦ୍‍ବକ୍ତା ପରି ଦେଖାଉଅଛି, ତୁମ୍ଭେ କାହିଁକି ତାହାକୁ ଧମକ ଦେଇ ନାହଁ?

28ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’”

29ଏଥିଉତ୍ତାରେ ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।

30ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.