ଯିରିମୀୟ 29

ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

Jeremiah 29:30 (UKJV) Then came the word of the LORD unto Jeremiah, saying,

28ସେ କାରଣରୁ ସେ ବାବିଲରେ ଆମ୍ଭମାନଙ୍କ ନିକଟକୁ ପଠାଇ କହିଅଛି, ନିର୍ବାସିତ କାଳ ଦୀର୍ଘ, ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର ଓ ଉଦ୍ୟାନ ପ୍ରସ୍ତୁତ କରି ଫଳ ଭୋଗ କର।’”

29ଏଥିଉତ୍ତାରେ ସଫନୀୟ ଯାଜକ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ କର୍ଣ୍ଣଗୋଚରରେ ଏହି ପତ୍ର ପାଠ କଲା।

30ତହିଁ ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।

31“ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,

32ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ନିହିଲାମୀୟ ଶମୟୀୟକୁ ଓ ତାହାର ବଂଶକୁ ଦଣ୍ଡ ଦେବା; ଏହି ଲୋକମାନଙ୍କ ମଧ୍ୟରେ ବାସ କରିବା ପାଇଁ ତାହାର କେହି ରହିବେ ନାହିଁ; ଆଉ, ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି ଯେଉଁ ମଙ୍ଗଳ କରିବା, ତାହା ସେ ଦେଖିବ ନାହିଁ, ଏହା ସଦାପ୍ରଭୁ କହନ୍ତି; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛି।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.