ଯିରିମୀୟ 29

ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;

Jeremiah 29:5 (UKJV) Build all of you houses, and dwell in them; and plant gardens, and eat the fruit of them;

3ଯିହୁଦାର ରାଜା ସିଦିକୀୟ ଦ୍ୱାରା ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ବାବିଲକୁ ପ୍ରେରିତ ଶାଫନ୍‍ର ପୁତ୍ର ଇଲୀୟାସା ହିଲ୍‍କୀୟର ପୁତ୍ର ଗମରୀୟର ହସ୍ତ ଦ୍ୱାରା ଯିରୂଶାଲମଠାରୁ ପଠାଇଥିଲେ, ସେହି ପତ୍ରରେ ଏହିସବୁ କଥା ଥିଲା, ଯଥା,

4“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;

5ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;

6ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।

7ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.