ଯିରିମୀୟ 29

ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।

Jeremiah 29:6 (UKJV) Take all of you wives, and brought forth sons and daughters; and take wives for your sons, and give your daughters to husbands, that they may bear sons and daughters; that all of you may be increased there, and not diminished.

4“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯିରୂଶାଲମରୁ ବାବିଲକୁ ଯେଉଁମାନଙ୍କୁ ନିର୍ବାସିତ କରାଇଅଛୁ, ସେହି ସକଳ ନିର୍ବାସିତମାନଙ୍କ ପ୍ରତି ଆମ୍ଭର ଆଦେଶ ଏହି;

5ତୁମ୍ଭେମାନେ ଗୃହ ନିର୍ମାଣ କରି ତହିଁରେ ବାସ କର; ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କର;

6ତୁମ୍ଭେମାନେ ଭାର୍ଯ୍ୟା ଗ୍ରହଣ କରି ପୁତ୍ରକନ୍ୟା ଜାତ କର, ଆଉ ତୁମ୍ଭମାନଙ୍କର ପୁତ୍ରଗଣକୁ ଭାର୍ଯ୍ୟା ଗ୍ରହଣ କରାଅ ଓ ତୁମ୍ଭମାନଙ୍କର କନ୍ୟାଗଣଙ୍କୁ ସ୍ୱାମୀ ଗ୍ରହଣ କରାଅ, ସେମାନେ ପୁତ୍ରକନ୍ୟା ଜାତ କରନ୍ତୁ; ଆଉ, ତୁମ୍ଭେମାନେ ସେଠାରେ ବର୍ଦ୍ଧିତ ହୋଇ ଊଣା ହୁଅ ନାହିଁ।

7ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।

8ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.