ଯିରିମୀୟ 29

କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।

Jeremiah 29:9 (UKJV) For they prophesy falsely unto you in my name: I have not sent them, says the LORD.

7ପୁଣି, ଆମ୍ଭେ ଯେଉଁ ନଗରରେ ତୁମ୍ଭମାନଙ୍କୁ ନିର୍ବାସିତ କରାଇଅଛୁ, ତହିଁର ଶାନ୍ତି ଚେଷ୍ଟା କର ଓ ତହିଁ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, କାରଣ ତହିଁର ଶାନ୍ତିରେ ତୁମ୍ଭମାନଙ୍କର ଶାନ୍ତି ହେବ।

8ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହି ସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।

9କାରଣ ସେମାନେ ଆମ୍ଭ ନାମରେ ତୁମ୍ଭମାନଙ୍କ ନିକଟରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପ୍ରେରଣ କରି ନାହୁଁ।

10ଯେହେତୁ ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ସତୁରି ବର୍ଷ ସମ୍ପୂର୍ଣ୍ଣ ହେଲା ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କର ତତ୍ତ୍ୱାନୁସନ୍ଧାନ କରିବା ଓ ତୁମ୍ଭମାନଙ୍କୁ ଏହି ସ୍ଥାନକୁ ଫେରାଇ ଆଣି ତୁମ୍ଭମାନଙ୍କ ପକ୍ଷରେ ଆମ୍ଭର ମଙ୍ଗଳ ବାକ୍ୟ ସିଦ୍ଧ କରିବା।

11କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେସକଳ ସଂକଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଂକଳ୍ପ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.