ଯିରିମୀୟ 3

ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।

Jeremiah 3:15 (UKJV) And I will give you pastors according to mine heart, which shall feed you with knowledge and understanding.

13ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।

14ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ଫେର; କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା;

15ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।

16ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।

17ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.