ଯିରିମୀୟ 3

ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।

Jeremiah 3:18 (UKJV) In those days the house of Judah shall walk with the house of Israel, and they shall come together out of the land of the north to the land that I have given for an inheritance unto your fathers.

16ସଦାପ୍ରଭୁ କହନ୍ତି, ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।

17ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।

18ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।

19ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।

20ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.