17ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ।
18ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ।
19ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।
20ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।”
21ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।