1ଲୋକେ କହନ୍ତି, ‘କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ?’ ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ? ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ? ତଥାପି ସଦାପ୍ରଭୁ କହନ୍ତି, ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ!
2ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନସବୁ ଦେଖ; ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ? ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ।
3ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।
4ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, ‘ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ?