20ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକୁ ଛାଡ଼ିଯାଏ, ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି ସେହି ପ୍ରକାର ବିଶ୍ୱାସଘାତକତା କରିଅଛ।”
21ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, ଇସ୍ରାଏଲ-ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; କାରଣ ସେମାନେ କୁଟିଳ ପଥଗାମୀ ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇଅଛନ୍ତି।
22“ହେ ବିପଥଗାମୀ ସନ୍ତାନଗଣ ଫେର, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ।
23ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।
24ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।