23ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି।
24ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟକାଳରୁ ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି।
25ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।”