5ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ? ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ?’ ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।”
6ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।
7ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ସେ ଆମ୍ଭ ନିକଟକୁ ଫେରି ଆସିବ, ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।
8ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
9ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।