10“ଏହେତୁ ସଦାପ୍ରଭୁ କହନ୍ତି, ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରିଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
11କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।
12କାରଣ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘାʼ ବ୍ୟଥାଜନକ।
13ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ ପ୍ରତିବାଦ କରିବାକୁ କେହି ନାହିଁ, ତୁମ୍ଭର ସ୍ୱାସ୍ଥ୍ୟଜନକ ଔଷଧ ନାହିଁ।
14ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରିଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।