15ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ।
16ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
17କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘାʼ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।
18ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
19ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।