18ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
19ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।
20ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା।
21ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?
22ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”