ଯିରିମୀୟ 30

ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”

Jeremiah 30:22 (UKJV) And all of you shall be my people, and I will be your God.

20ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା।

21ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ, କାରଣ ସଦାପ୍ରଭୁ କହନ୍ତି, ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ?

22ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”

23ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍‍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।

24ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.