22ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।”
23ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
24ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।