3କାରଣ ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି, ସଦାପ୍ରଭୁ କହନ୍ତି; ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।”
4ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି।
5ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ।
6କୌଣସି ପୁରୁଷର ପ୍ରସବବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ?
7ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।