1“ସଦାପ୍ରଭୁ କହନ୍ତି, ସେହି ସମୟରେ ଆମ୍ଭେ ଇସ୍ରାଏଲର ସମୁଦାୟ ଗୋଷ୍ଠୀର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।”
2ସଦାପ୍ରଭୁ ଏହି କଥା କହନ୍ତି, “ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ ପ୍ରାନ୍ତରରେ ଅନୁଗ୍ରହପ୍ରାପ୍ତ ହେଲେ, ଅର୍ଥାତ୍, ଆମ୍ଭେ ତାହାକୁ ବିଶ୍ରାମ ଦେବା ପାଇଁ ଗମନ କଲା ବେଳେ ଇସ୍ରାଏଲ ତାହା ପ୍ରାପ୍ତ ହେଲା।”
3“ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।